ହେଡଲାଇନସ୍:

ବିଜେଡ଼ିରେ ବର୍ଷା

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର:ସିନେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି ଶଙ୍ଖ ଭବନ ଠାରେ ରାଜ୍ୟସଭା ସାଂସଦ ଡ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ବର୍ଷାଙ୍କୁ ଡ ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜିବର୍ଷା ପ୍ରିୟଦର୍ଶିନୀଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡ ପାତ୍ର କହିଥିଲେ ।
ଏହି ଅବସରରେ ବର୍ଷା ପ୍ରିୟଦର୍ଶିନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ନିମ୍କି ଫିଲ୍ମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କରିଥିଲି । ମୁଖ୍ୟମନ୍ତ୍ରୀ କଥା କମ୍କୁହନ୍ତି, କାମ ଅଧିକ କରନ୍ତି । ମୁଖ୍ୟମନ୍ତ୍ରୀଙ୍କ ସରଳ ଭାବମୂର୍ତ୍ତି ସମସ୍ତଙ୍କ ପାଇଁ ଆଦର୍ଶ । ମୁଖ୍ୟମନ୍ତ୍ରୀଙ୍କର କେହି ପ୍ରତିଦ୍ୱନ୍ଦ୍ୱୀ ନାହାନ୍ତି । ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲି ।ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁରୂପେ ତୁଲାଇବି ।ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।
ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

 

0
0
0
s2sdefault