ହେଡଲାଇନସ୍:

ସୋଆରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଦିନିଆ ଗ୍ରୀଷ୍ମକାଳୀନ କ୍ୟାମ୍ପ ଆରମ୍ଭ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ୬/୦୫: ଗ୍ରୀଷ୍କକାଳୀନ ଛୁଟି ସମୟରେ ସ୍କୁ୍‌ଲ ଛାତ୍ରଛାତ୍ରୀମାନଙ୍କୁୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବା ସହ ମାନସିକ ବିକାଶରେ ସହାୟତା କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ୧୦ ଦିନିଆ ଗ୍ରୀଷ୍ମକାଳୀନ ଶିବିର ଅର୍ଥାତ୍ ସମର କ୍ୟାମ୍ପ ଆରମ୍ଭ ହୋଇଛି ।
ସୋଆ କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପଲେକ୍ସରେ ଚାଲିବାକୁ ଥିବା ‘ସମର କ୍ୟାମ୍ପ’ର ଶୁଭାରମ୍ଭ କରିବା ଅବସରରେ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଛାତ୍ରଛାତ୍ରୀମାନଙ୍କର ଶାରୀରିକ ସୁସ୍ଥତା ଓ ମାନସିକ ସ୍ତରରେ ବିକାଶ ନେଇ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି । ପାଠପଢ଼ା ସହିତ କ୍ରୀଡ଼ା ଅଭ୍ୟାସ ଛାତ୍ରଛାତ୍ରୀଙ୍କର ସର୍ବାଙ୍ଗୀନ ଉନ୍ନତିରେ ସହାୟକ ହୋଇଥାଏ । ତେଣୁ ଛୁଟି ସମୟରେ ଏଭଳି ଶିବିର ଦ୍ୱାରା ଛାତ୍ରଛାତ୍ରୀ ବେଶ ଉତ୍ସାହିତ ହୋଇପାରିବେ ବୋଲି ପ୍ରଫେସର ଦାସ କହିଛି ।
ଭୁବନେଶ୍ୱରର ବିଭିନ୍ନ ସ୍କୁଲ୍‌ର ୫ମ ରୁ ୧୦ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ଶିବିରରେ ଯୋଗ ଦେଇଛନ୍ତି ।
ଏହି ଶିବିରରେ ଭଲିବଲ୍‌, ବାସ୍କେଟବଲ୍‌, ଟେବୁଲ୍ ଟେନିସ୍‌, ଲନ୍ ଟେନିସ, କ୍ରିକେଟ, ଖୋ ଖୋ, କବାଡି ଓ ଚେସ୍ ଭଳି କ୍ରୀଡ଼ାରେ ଛାତ୍ରଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ପ୍ରତ୍ୟେକ ଦିନ ଅପରାହ୍ଣ ୪ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି କ୍ୟାମ୍ପ ଚାଲିବ ।
ସୋଆ ପକ୍ଷରୁ ଚତୁର୍ଥ ବର୍ଷ ପାଇଁ ଏହି କ୍ୟାମ୍ପର ଆୟୋଜନ କରାଯାଇଛି ।
ସୋଆର କ୍ରୀଡା ଅଫିସର ଶ୍ରୀମତି ସୁନୀତା ବର୍ମାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।

0
0
0
s2sdefault