ହେଡଲାଇନସ୍:

୧୦ଦିନରେ ୧୦ ହଜାର ୟୁନିଟ୍‍ ରକ୍ତ ସଂଗ୍ରହ କରିବା ଲକ୍ଷ୍ୟରେ ଯୁବ ବିଜେଡିର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ବିଜୁ ଜନତା ଦଳ ନିଜର ସାମାଜିକ ଉତ୍ତରଦାୟିତ୍ୱ ରୂପେ ଆରମ୍ଭ କରିଥିବା ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ବିଜୁବାବୁଙ୍କ ୯୯ତମ ଜନ୍ମ ଜୟନ୍ତୀରୁ ଶୁଭାରମ୍ଭ ହୋଇ ଏହା ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ‘ରକ୍ତଦାନ ମହାପୂଣ୍ୟ’, ଏହାକୁ ଆଧାର କରି ବିଜୁ ଜନତା ଦଳ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରୁ ଆରମ୍ଭ କରି ଜିଲ୍ଲା ସଦର ମହକୁମା, ବ୍ଲକ, ପୌରାଞ୍ଚଳ ଏବଂ ପଞ୍ଚାୟତ ସ୍ତରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଆସୁଛି । ବିଜୁ ଯୁବ ଜନତା ଦଳ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଆସୁଛି । ଯାହାଫଳରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଏକ ସାମାଜିକ ସଚେତନତା ସୃଷ୍ଟି କରିବା ସହିତ ଅନେକ ବ୍ୟକ୍ତି ବିଶେଷଙ୍କୁ ପ୍ରତ୍ୟକ୍ଷ ସହାୟତା ପ୍ରଦାନ କରାଯାଇପାରୁଛି । ଏହି ପରିପ୍ରେକ୍ଷୀରେ ରାଜ୍ୟର ୩୦ଟି ଜିଲ୍ଲାର ସଦର ମହକୁମା ଏବଂ ସବ୍‍ଡିଭିଜନାଲ୍‍ ସଦର ମହକୁମାରେ ଆସନ୍ତା ୧୦ଦିନ ମଧ୍ୟରେ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ  ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ  ଦେଇଛନ୍ତି । ଏହି ଶିବିରଗୁଡିକ ଜରିଆରେ ୧୦ ହଜାର ୟୁନିଟ୍‍ ରକ୍ତ ସଂଗ୍ରହ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ କହିଛନ୍ତି ।

ଏହି ଲକ୍ଷ୍ୟ ପୂରଣ କରିବାକୁ ଯାଇ ଯୁବ ବିଜେଡି ପକ୍ଷରୁ ବରିଷ୍ଠ  ନେତା ରଘୁନାଥ ମହାନ୍ତି (ଜିନ ଭାଇ)ଙ୍କ ତୃତୀୟ ଶ୍ରାଦ୍ଧଦିବସ ଅବସରରେ ଆଜି ବରିପଦା ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ  ହୋଇଯାଇଛି । ଯୁବ ବିଜେଡି ମୟୂରଭଞ୍ଜ ଜିଲ୍ଲା ସଭାପତି ଜିତେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ  ଜୀବନ ବିନ୍ଦୁ ଅଭିଯାନ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ଆଜି ୧୦୬ ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇଛି ।

ବରିପଦା ଠାରେ ଅନୁଷ୍ଠିତ  ରକ୍ତଦାନ ଶିବିରରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁଦାମ ମାର୍ଣ୍ଡି, ଉପ-ବାଚସ୍ପତି ସାନନ୍ଦ ମାର୍ଣ୍ଡି, ବିଧାୟକ ତଥା ଜିଲ୍ଲା ସଭାପତି ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ବିଧାୟକ ଭାଦବ ହାଁସଦା, ସାଂସଦ ସରୋଜିନୀ ହେମ୍ବ୍ରମ୍‍, ଜିଲ୍ଲା କାର୍ଯ୍ୟକାରୀ ସଭାପତି ଦେବାଶିଷ ମାର୍ଣ୍ଡି, ଦେବାଶିଷ ମହାନ୍ତି, ଯୁବ ବିଜେଡି ଜୋନ୍‍ ସଭାପତି ସୁବ୍ରମଣ୍ୟମ ମହାନ୍ତି, ମହିଳା ବିଜେଡି ଜିଲ୍ଲା ସଭାନେତ୍ରୀ ବୀଣାପାଣି ସାହୁ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

0
0
0
s2sdefault