ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲକ୍ଷ୍ୟ
ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବୁ୍ୟସନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ୨୦୨୫ ଜୁନ୍ ୧୫ ପର୍ଯ୍ୟନ୍ତ ନିୟମିତ ରକ୍ଷଣାବେକ୍ଷଣ ପାଇଁ କୌଣସି ବିଦୁ୍ୟତ କାଟ୍ ହେବନାହିଁ ବୋଲି ଘୋଷଣା କରାଯାଇଛି । ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ଗ୍ରୀଷ୍ମ ଋତୁରେ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ।
ଏହି ଅବଧିରେ ନିରବଚ୍ଛିନ୍ନ ଓ ଭରସାଯୋଗ୍ୟ ବିଦୁ୍ୟତ୍ ଯୋଗାଣ ସୁନିଶ୍ଚିତ କରିବା ଲାଗି ଟିପିସିଓଡିଏଲ୍ କ୍ଷରୁ କୌଣସି ଯୋଜନାବଦ୍ଧ ରକ୍ଷଣାବେକ୍ଷଣ ସଟ୍ଡାଉନ୍ କରାଯିବ ନାହିଁ । ତେବେ ନୂତନ ସେବା ସଂଯୋଗ, ବିଦଜନକ ସ୍ଥିତିର ମୁକାବିଲା ରେ ସୁରକ୍ଷା ସମ୍ପର୍କିତ ଜରୁରୀକାଳୀନ ଦକ୍ଷେ କିମ୍ବା ଜରୁରୀକାଳୀନ ପ୍ରକଳ୍ପ କାର୍ଯ୍ୟ ଭଳି ସ୍ଥିତି ଉପୁଜିଲେ ବିଦୁ୍ୟତ୍ ବିଭ୍ରାଟ ଘଟିପାରେ । ଏଭଳି କ୍ଷେତ୍ରରେ ପ୍ରଭାବିତ ହେବାକୁ ଥିବା ଗ୍ରାହକମାନଙ୍କୁ ଆଗୁଆ ସୂଚନା ପ୍ରଦାନ କରାଯିବ ।
“ଗ୍ରୀଷ୍ମ ଋତୁ ବିଭିନ୍ନ ଆହ୍ୱାନ ଆଣିଥାଏ ଏବଂ ଏଭଳି ସମୟରେ ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ଗୁରୁତ୍ୱପୂର୍ଣ୍ଣ ବୋଲି ଆମେ ବୁଝୁଛୁ । ଏହି ଗୁୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଜାରି ରଖିବା ସହିତ ବିଶ୍ୱସନୀୟ ବିଦୁ୍ୟତ୍ ଯୋଗାଣ ସୁନିଶ୍ଚିତ କରିବାକୁ ଆମେ ପ୍ରତିବଦ୍ଧ” ବୋଲି ଟିପିସିଓଡିଏଲ୍ର ସିଇଓ ଅରଭିନ୍ଦ୍ ସିଂହ କହିଛନ୍ତି । ଏକ ଗ୍ରାହକ କୈନ୍ଦ୍ରୀକ ସଂସ୍ଥା ଭାବେ ଆମର ପ୍ରତିବଦ୍ଧତା ହେଉଛି ଦାୟିତ୍ୱବାନ ସେବା ପ୍ରଦାନ କରିବା ଓ ଯେକୌଣସି ଅସୁବିଧା ଦୂର କରିବା ।’’