ହେଡଲାଇନସ୍:

କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ଜନସାଧାରଣଙ୍କୁ ପରାମର୍ଶ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ସ୍ଥିତି ଉପରେ ରାଜ୍ୟ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି

ଭୁବନେଶ୍ୱର, ତା 22/5/25:  ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ଆଜି ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ପରାମର୍ଶ ଦେଇଛନ୍ତି । ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ କୌଣସି ସ୍ଥିତିର ମୁକାବିଲା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ।
୨୦୨୦-୨୧ ମସିହାରେ କୋଭିଡ୍ ନିୟନ୍ତ୍ରଣ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ଦେଖାଯାଉଛି । ଏହି ରୋଗର ଭୟଭୟତାକୁ ପୂର୍ଣ୍ଣ ନିୟନ୍ତ୍ରଣରେ ରଖାଯାଇଛି । ଜନସାଧାରଣଙ୍କର ଟୀକାକରଣ ଏବଂ ନିରନ୍ତର ସରକାରୀ ପ୍ରଚେଷ୍ଠା ଯୋଗୁ ଓଡିଶାରେ କୋଭିଡ୍ ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ସାମ୍ନାକୁ ଆସୁଛି; ଏବଂ ସେ ସବୁ କେସକୁ ନିର୍ଦ୍ଧାରିତ ପ୍ରୋଟୋକଲ ଅନୁଯାୟୀ ଚିକିତ୍ସା କରାଯାଉଛି । ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର ଏବଂ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ମାନକ ଅନୁସାରେ ଏହି କେସ ଗୁଡ଼ିକ ପୂର୍ବରୁ ଜଣାଥିବା ଅପେକ୍ଷାକୃତ ଧୀର ପ୍ରଜାତିର ଭୂତାଣୁ । ଏଗୁଡିକ ଅତି ଗୁରୁତର ରୋଗ ସୃଷ୍ଟି କରନ୍ତି ନାହିଁ । ଏହି ସବୁ କେସର ନିରୂପଣ ଏବଂ ଚିକିତ୍ସା ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।

0
0
0
s2sdefault