ହେଡଲାଇନସ୍:

ସମ୍ବଲପୁର କୃଷି ଭବନର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

‘କୃଷି ଭବନ’ କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବ - ଧର୍ମେନ୍ଦ୍ର ପ୍ରଧାନ

  • • ଡବଲ ଇଞ୍ଜିନ ସରକାର ଲମ୍ବା ସମୟ ଧରି ଥିବା ଓଡ଼ିଶାର ମୌଳିକ ଆବଶ୍ୟକତାକୁ ପୂରଣ କରୁଛନ୍ତି

  • • ଓଡ଼ିଶାର ଗରିବ, ଚାଷୀ, ମହିଳା, ଯୁବକଙ୍କ କଲ୍ୟାଣ ଏବଂ ଶିଶୁଙ୍କୁ ଉପଯୁକ୍ତ ପୋଷଣ ପ୍ରଦାନ କରିବା ଦିଗରେ ଡବଲ ଇଞ୍ଜିନ ସରକାର ସମର୍ପିତ

  • • କୃଷି ଭବନ ପରିସରରେ “ମାଆ ପାଇଁ ଗଛଟିଏ” ଅଭିଯାନରେ ବୃକ୍ଷରୋପଣ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର, ଜୁନ ୦୧ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ‘ଶୀତଳ ଷଷ୍ଠୀ’ର ପବିତ୍ର ଅବସରରେ ସମ୍ବଲପୁରରେ କୃଷି ଭବନର ଉଦଘାଟନ କରିବା ସହ ମୂର୍ତ୍ତିକା ଭବନ ପରିଦର୍ଶନ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ସମ୍ବଲପୁର ଏକ କୃଷି ପ୍ରଧାନ ଅଞ୍ଚଳ । ଆଜି ଲୋକାର୍ପିତ ଅତ୍ୟାଧୁନିକ କୃଷି ଭବନ ସମ୍ବଲପୁରର କୃଷି ଗବେଷଣା ସହ କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବା ସହ ଅନ୍ନଦାତାଙ୍କ ଉତ୍ତରୋତ୍ତର ଉନ୍ନତି ଦିଗରେ ବିଶେଷ ସହାୟକ ହେବ । ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Imageସେ ଆହୁରି କହିଛନ୍ତି ଯେ ଦେଶର ପ୍ରଧାନମନ୍ତ୍ରୀ ମୋଦୀଙ୍କ କଳ୍ପନାରେ ଓଡ଼ିଶାର ଗରିବ, ଚାଷୀ, ମହିଳା, ଯୁବକଙ୍କ କଲ୍ୟାଣ ଏବଂ ଶିଶୁଙ୍କୁ ଉପଯୁକ୍ତ ପୋଷଣ ପ୍ରଦାନ କରିବା ଦିଗରେ ଡବଲ ଇଞ୍ଜିନ ସରକାର ସମର୍ପିତ । ନୂଆ ସରକାରର ଶାସନକୁ ଏକ ବର୍ଷ ପୂର୍ତ୍ତି ହେବାକୁ ଯାଉଛି । ଲମ୍ବା ସମୟ ଧରି ଓଡ଼ିଶାର ଥିବା ଆବଶ୍ୟକତାକୁ ଡବଲ ଇଞ୍ଜିନ ସରକାର ପୂରଣ କରୁଛନ୍ତି । ପୂର୍ବ ସରକାର ସୋହେଲାରେ ଧାନ ଉପରେ ୧୦୦ ଟଙ୍କା ଅତିରିକ୍ତ ବୋନସ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାକୁ ପୂରଣ କରିନଥିଲେ । ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାର ଇନପୁଟ ସବସିଡିକୁ ମିଶାଇ ଧାନର ଏମଏସପି କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ରାଜ୍ୟର ଖରିଫ ଓ ରବି ଧାନ ସଂଗ୍ରହ ପ୍ରାୟ ୯୦ ହଜାରରୁ ୧ ଲକ୍ଷ ମେଟ୍ରିକ୍ ଟନ କିଣାଯାଉଛି । ରାଜ୍ୟ ସରକାର ଧାନ କିଣା ବାବଦକୁ ନିଜସ୍ୱ ବଜେଟରୁ ପ୍ରାୟ ୮୦୦୦ କୋଟି ଟଙ୍କା ଚାଷୀମାନଙ୍କୁ ଦେଉଛନ୍ତି । ସୁଭଦ୍ରା ଯୋଜନାରେ ପ୍ରାୟ ଏକ କୋଟି ମାଆ ଭଉଣୀମାନଙ୍କୁ ୧୦,୦୦୦ କୋଟି ଦିଆଯାଇଛି, ଯାହା ସେମାନଙ୍କୁ ସଶକ୍ତ କରିଛି । ହିତାଧିକାରୀମାନଙ୍କୁ ଡିବିଟି ଜରିଆରେ ସିଧାସଳଖ ସହାୟତା ରାଶି ପ୍ରଦାନ ସହ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓଡ଼ିଶାର ବିକାଶ ଗତିକୁ ତ୍ୱରାନ୍ୱିତ କରୁଛି । ସ୍କୁଲ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ସେମାନଙ୍କୁ ପୁଷ୍ଟିକର ଖାଦ୍ୟ ଦେଇ ଶାରିରୀକ ଓ ମାନସିକ ସ୍ୱାସ୍ଥ୍ୟକୁ ବିକଶିତ କରିବାର ଦାୟିତ୍ୱ ନିଆଯାଇଛି ।

Imageଶ୍ରୀ ପ୍ରଧାନ ଏହି ଅବସରରେ ସମ୍ବଲପୁର କୃଷି ଭବନ ପରିସରରେ “ମାଆ ପାଇଁ ଗଛଟିଏ” ଅଭିଯାନରେ ବୃକ୍ଷରୋପଣ କରିଥିଲେ ।

ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଏବଂ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଉପସ୍ଥିତ ଥିଲେ ।

0
0
0
s2sdefault