ହେଡଲାଇନସ୍:

ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା, ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜାତୀୟ ମହିଳା କମିଶନ ଆଜି ନିଜଆଡୁ ଏ ଘଟଣାର ସଂଜ୍ଞାନ ନେଇ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ

ଭୁବନେଶ୍ୱର, ୧୭ ଜୁନ୍ ୨୦୨୫: ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସୂଚନାଯୋଗ୍ୟ ଯେ ଏହି ସ୍ପର୍ଶକାତର ଘଟଣା ସମ୍ପର୍କରେ ଗଣମାଧ୍ୟମରୁ ଅବଗତ ହେବା ପରେ  ଜାତୀୟ ମହିଳା କମିଶନ ଆଜି ନିଜଆଡୁ ଏ ଘଟଣାର ସଂଜ୍ଞାନ ନେଇ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ

ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

0
0
0
s2sdefault