ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ
ଭୁବନେଶ୍ଵର ତା ୨୭/୬/୨୫:-ରଥଯାତ୍ରାରେ ରାଜ୍ୟ ସରକାର ସ୍ୱୀକୃତିପ୍ରାପ୍ତ ଓ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରଥଯାତ୍ରା ଖବର ସଂଗ୍ରହ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିଥିବା ବେଳେ ପୁଲିସ ଆକ୍ରମଣରେ ୭ରୁ ଊର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି | ଜଣେ ମହିଳା ସାମ୍ବାଦିକ ହାତରେ ୨୦ ଷ୍ଟିଜ ପଡିଛି | ଏପରି ଘଟଣାକୁ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ନିନ୍ଦା କରିଛନ୍ତି|
ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରିବା ସହିତ ସିସି କ୍ୟାମେରା ଯାଞ୍ଚ କରି ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।