ହେଡଲାଇନସ୍:

ବାଣପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଆଇନ ସଚେତନତା କାର୍ଯ୍ୟକ୍ରମ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଣପୁର:(ସେକ କୌସର): ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିଶୁଙ୍କୁ ଯୌନ ଅପରାଧ ରୁ ସୁରକ୍ଷାଅଧିନିୟମ (ପୋକସୋଆଇନ),କିଶୋରନ୍ୟାୟ
ଯତ୍ନ ଓସୁରକ୍ଷା ଅଧିନିୟମ,ପୀଡ଼ିତା କ୍ଷତିପୂରଣ ଆଇନ ଏବଂ ମୌଳିକ କର୍ତ୍ତବ୍ୟ ବିଷୟଗୁଡିକ ଉପରେ ଆୟୋଜିତ ଆଇନ ସଚେତନତା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର।ଅନ୍ୟମାନଙ୍କ ମଧ୍ୟରେ ବାଣପୁର ଓକିଲ ସଂଘ ସମ୍ପାଦକ ଜଗଦୀଶ ପଟ୍ଟନାୟକ, ଫ୍ରଣ୍ଟ ଅଫିସ ରିଟେନର ଦେବୀପ୍ରସାଦ ସାମନ୍ତରାୟ, ବିଦ୍ୟାଳୟ ଅଧ୍ୟକ୍ଷ ସଞ୍ଜୟ କୁମାର ଦାସ ଏବଂ ଅନ୍ୟ ଓକିଲମାନେ ଯୋଗ ଦେଇଥିଲେ।ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଶିଶୁ ମାନଙ୍କ ଉପରେ ହେଉଥିବା ବିଭିନ୍ନ ଅପରାଧ ଏବଂ ଦଣ୍ଡବିଧାନ ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ଶିଶୁମାନଙ୍କ ବିରୁଦ୍ଧରେ ହେଉଥିବା ଯୌନ ନିର୍ଯ୍ୟାତନା, ହିଂସା ଏବଂ ଯୌନ ଉଦ୍ଦୀପକ (ପର୍ଣ୍ଣଗ୍ରାଫି) ପ୍ରକାଶନ, ବିତରଣ ଏବଂ ତାହାକୁ ନିଜ ପାଖରେ ରଖିବା ଅପରାଧ ବୋଲି ବିବେଚିତ କରିଥିଲେ। ଶିଶୁଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ଲୁଚାଇରଖିବା ଏବଂ ଶିଶୁଙ୍କର ପରିଚୟ ପ୍ରକାଶ କରିବା ମଧ୍ୟ ଉକ୍ତ ଆଇନ ଅନୁଯାୟୀ ଏକ ଦଣ୍ଡନୀୟ ଅପରାଧ। ତତସହିତ ପୀଡ଼ିତାଙ୍କ ନିମନ୍ତେ ଉକ୍ତ ଆଇନ ଅନ୍ତର୍ଗତ କ୍ଷତିପୂରଣ ଏବଂ ମୌଳିକ କର୍ତ୍ତବ୍ୟ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ ବିଚାରପତି ଶ୍ରୀ ମହାପାତ୍ର।

0
0
0
s2sdefault