ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ପଦ୍ମପୁର :-ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମନୋଜ ଦେବତା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀ କୁବେର ମହନ୍ତ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୬ ଗୋଟି ଅଭିଯୋଗ ମଧ୍ୟରୁ ୩୩ ଗୋଟି ବ୍ୟକ୍ତିଗତ, ୧୩ ଗୋଟି ସାମୁହିକ ଅଭିଯୋଗ ଏବଂ ୧ ଗୋଟି ରେଡକ୍ରସ୍ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

0
0
0
s2sdefault