ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- ,ଶନିବାର ଦିନ ବେଲଗୁଣ୍ଠା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦକ୍ଷିଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ବନମାଳୀ ଗୌଡଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା ସମିତିର ସଭାପତି, ସମ୍ପାଦକ ଓ ଅନ୍ୟ କର୍ମକର୍ତ୍ତାଗଣ ଉପସ୍ଥିତ ଥିଲେ I ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ଯ ଆଦିତ୍ୟ ପ୍ରସାଦ ମହାପାତ୍ର ଓ ସମସ୍ତ ଗୁରୁଜୀ ଓ ଗୁରୁମା ଓ କିଛି ରାଷ୍ଟ୍ରୀୟ ସ୍ଵୟଂସେବକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I
ରାଜ୍ୟ
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦକ୍ଷିଣା କାର୍ଯ୍ୟକ୍ରମ
- Hits: 151