ହେଡଲାଇନସ୍:

ନାଉଗାଁ ବ୍ଲକ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜଗତସିଂହପୁର, ତା ୨୨.୦୯.୨୦୨୫-ସୁମନ୍ତ କୁମାର ଦାସ:  ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୦ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୧ ଟି, ଆବାସ ଯୋଜନା ସମ୍ପର୍କୀୟ ୨୯ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୭ ଟି, ଭତ୍ତା ପାଇବା ପାଇଁ ୨ ଟି, ପୋଲିସ୍ ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୨୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୩ ଟି ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଜିଙ୍କ୍ୟ ମାଣେ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

0
0
0
s2sdefault