ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ଏକ ଆଲୋଚନା ଚକ୍ର ଅଧ୍ୟାପକ ପ୍ରଫୁଲ୍ଲ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ସାହିତ୍ୟ ବିଭାଗ ମୁଖ୍ୟ ସପନ କୁମାର ପ୍ରଧାନ ଏବଂ ଯୁବ ସାମ୍ବାଦିକ ଶିବରାମ ଚୌଧୂରୀ ମଞ୍ଚାସୀନ ଥିଲେ I ଶିକ୍ଷା ବିଭାଗୀୟ ମୁଖ୍ୟ ଅଧ୍ୟାପିକା ପିଙ୍କି ପାତ୍ର ପାଠ ଚକ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଓଡ଼ିଶାରେ ଶିକ୍ଷାର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ I ତୃତୀୟ ବର୍ଷର ଛାତ୍ରୀ ସୁଶ୍ରୀ ସୋନାଲି ବରାଡ଼ ସନ୍ଦର୍ଭ ପାଠ କରିଥିଲେ I କାର୍ଯ୍ୟକ୍ରମରେ ଶିକ୍ଷା ବିଭାଗର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ଅଧ୍ୟାପିକା ପିଙ୍କି ପାତ୍ର ଧନ୍ୟବାଦ ଜ୍ଞାପନ କରିଥିଲେ I
ରାଜ୍ୟ
ଶିକ୍ଷା ବିଭାଗର ଆଲୋଚନା ଚକ୍ର
- Hits: 5