- ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କେ.ଝାଲରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀନ୍ଦ୍ର ହନେନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କେ.ଝାଲରସିଂ ଗ୍ରାମ ପଞ୍ଚାୟତ ସମେତ ବଡପଦା , ତିତିସିଂ ଓ ଖଜୁରୀପଦା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୬୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୩୪ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଗୋଟି ଅଭିଯୋଗ ଆସିଥିଲା ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର ମୋନାଲିସା ଆଚାରୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 9











