ହେଡଲାଇନସ୍:

ଜନ ଗଣନାରେ ସମସ୍ତଙ୍କ ସହଯୋଗ କାମନା କଲେ ଜିଲ୍ଲାପାଳ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 


ପୁରୀ ୪/୪ (ଅନୀମେଶ ପଟ୍ଟନାୟକ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ରାଜ୍ୟ ସରକାରଙ୍କ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ସମନ୍ୱୟରେ ସମଗ୍ର ଓଡ଼ିଶାର ୩୦ ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି ଆଗାମୀ ଅପ୍ରେଲ୍ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବୋଲି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ସୂଚନା ଦେଇଛନ୍ତି । ପୁରୀ ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅପ୍ରେଲ୍ ୧୬ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ତାଲିମ ପ୍ରାପ୍ତ ଗଣନାକାରୀ ଓ ସୁପରଭାଇଜରମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ । ଏହା ପୂର୍ବରୁ ଅପ୍ରେଲ୍ ୧ ତାରିଖରୁ ଅପ୍ରେଲ୍ ୧୫ ତାରିଖ ମଧ୍ୟ ରାତ୍ରି ପର୍ଯ୍ୟନ୍ତ ସ୍ଵ-ଗଣନାର ପ୍ରାବଧାନ ରହିଛି । ଏହି କାର୍ଯ୍ୟକ୍ରମରେ Self-Enumeration Portal (https://se.census.gov.in) ପୋର୍ଟାଲ ମାଧ୍ୟମରେ ଜନସାଧାରଣ ନିଜର ତଥ୍ୟ ନିଜେ ପ୍ରଦାନ କରି ପାରିବେ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଜନ ଗଣନା ଆମ ରାଷ୍ଟ୍ର ର ଏକ ଗୁରୁତ୍ୱପୂର୍ଣ୍ଣ ପକ୍ରିୟା । ତେଣୁ ଆମେ ସମସ୍ତେ ଏହି ପକ୍ରିୟା ରେ ସାମିଲ ହେବା ଏବଂ ଜନଗଣନା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ସହଯୋଗ କରିବା। ରାଷ୍ଟ୍ର ର ଗଠନ ପାଇଁ ଆମେ ସମସ୍ତେ ନିଜର ନୈତିକ କର୍ତ୍ତବ୍ୟ କରିବା ବୋଲି କହିବା ସହ ଏଥିରେ ସମସ୍ତେ ସହଯୋଗ ପାଇଁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି।

0
0
0
s2sdefault