ହେଡଲାଇନସ୍:

ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ପକ୍ଷ ୨୦୨୬ ପାଳନ ଅବସରରେ ଆଜି (ରବିବାର) ପକ୍ଷ ପାଳନର ପଞ୍ଚମ ଦିନରେ ଜିଲ୍ଲାସ୍ତରୀୟ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରୁ ଗଣଦୌଡ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇ ସହର ଉପକଣ୍ଠସ୍ଥରେ ଥିବା ଐତିହ୍ୟ ସମ୍ପନ୍ନ ପର୍ଯ୍ୟଟନ କ୍ଷେତ୍ର ବି.ଏନ୍. ପେଲେସ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।
ଶୁଭାରମ୍ଭ କାର୍ଯ୍ୟକ୍ରମରେ ପାରଳା ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସବୁଜ ପତାକା ଦେଖାଇ ଗଣଦୌଡ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଐତିହ୍ୟ ଓ ଭାଷା ସମ୍ପର୍କରେ ଜନସାଧାରଣ ଓ ଯୁବପିଢୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି କୁହାଯାଇଛି।
ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିନ୍ଦ୍ର ହୋନନାଗା , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦୟାମୟ ପାଢ଼ୀ , ପାରଳା ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ସାହିତ୍ୟ ଏକାଡେମୀ ର ପ୍ରାକ୍ତନ ଜିଲ୍ଲା ସଦସ୍ୟ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ତ୍ରିନାଥ ସାହୁ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପ୍ରମୁଖ ଅତିଥି ମାନଙ୍କ ସମେତ ବହୁ ସଂଖ୍ୟାରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ , ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ , କ୍ରୀଡା ଶିକ୍ଷକ , ଏନସିସି କ୍ୟାଡେଟ ଶାରୀରିକ ଶିକ୍ଷକ ଶିକ୍ଷୟତ୍ରୀ ଏବଂ କ୍ରୀଡ଼ାପ୍ରେମୀ ମାନେ ଏହି ଗଣଦୌଡ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।
ଓଡ଼ିଶା ଭାଷା , ସାହିତ୍ୟ , ସଂସ୍କୃତି ଓ ଐତିହ୍ୟ ସମୃଦ୍ଧ ଓ ରାଜ୍ୟ ସରକାରଙ୍କ ଆହ୍ଵାନ କ୍ରମେ ଏହି ପକ୍ଷ ପାଳନ କାର୍ଯ୍ୟକ୍ରମ ଚଳିତ ମାସ ଅପ୍ରେଲ ୧ ତାରିଖ ଠାରୁ ୧୪ ଅପ୍ରେଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ପାଳନ କରାଯାଉଛି।
ମୁଖ୍ୟତଃ ଯୁବପିଢୀ ଓ ଜନସାଧାରଣ ମଧ୍ୟରେ ଓଡ଼ିଶାର ଐତିହ୍ୟ ଏବଂ ସଂସ୍କୃତିର ପ୍ରତି ଗର୍ବ ସୃଷ୍ଟି କରିବା , ଜିଲ୍ଲା ଓ ରାଜ୍ୟର ସାଂସ୍କୃତିକ ଓ ବିବିଧତାକୁ ପାଳନ କରିବା ସହ ଏହି ଗଣ ଦୌଡ଼ ଦ୍ଵାରା ଯୁବକ ଯୁବତୀ ମାନଙ୍କ ଶାରୀରିକ ଏବଂ ମାନସିକ ସୁସ୍ଥ ତାକୁ ପ୍ରୋତ୍ସାହିତ କରିବା ଏହି କାର୍ଯ୍ୟକ୍ରମରେ ଆଭିମୁଖ୍ୟ।
ବି.ଏନ. ପେଲେସ ପରିସରରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ସମାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେଠାରେ ଶାରୀରିକ ଡ୍ରିଲ , ସଚେତନତା ସଭା ଏବଂ ପାରଳା ର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟ କଳା ପରିଷଦର କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

0
0
0
s2sdefault