ହେଡଲାଇନସ୍:

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧ ଦିବସ-୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଆଜି (ଗୁରୁବାର) ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ୨୦୨୬ ପାଳିତ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଦୟାମୟ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବକାରୀ ଉପ ଆରକ୍ଷୀ ଅଧୀକ୍ଷକ ଶ୍ରୀମତୀ ପ୍ରୀତିଧରା ନାୟକ ଓ ବ୍ରହ୍ମ କୁମାରୀ ସୁଜାତା ଭଉଣୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ହୋଇଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଉତ୍ସର୍ଗୀତା ବଡରଇତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ଅବସରରେ ଗଜପତି ଜିଲ୍ଲାର ନିଶା ନିବାରଣ କେନ୍ଦ୍ରରେ ଚିକିତ୍ସିତ ହୋଇ ସୁସ୍ଥ ଓ ସଫଳ ଜୀବନଯାପନ କରୁଥିବା ଗୋଷାଣି ବ୍ଲକର ଭାଗୀରଥୀ ବାରିକ ଓ ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି ର କୋଲା ଲୋକେଶ୍ଵର ରାଓ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
କାର୍ଯ୍ୟକ୍ରମ ଶେଷରେ ଗଜପତି ଜିଲ୍ଲାର ଟାଲେଣ୍ଟ ଡାନ୍ସ ଦଳର କଳାକାରମାନେ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ। ସକାଳ ସମୟରେ ସହରରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ , ସ୍ଥାନୀୟ ଜନତା , ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ , ସରକାରୀ ଓ ବେସରକାରୀ କର୍ମଚାରୀଙ୍କୁ ନେଇ ଏକ ସଚେତନତା ପଦଯାତ୍ରା ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପର୍ଯ୍ୟନ୍ତ କରାଯାଇଥିଲା। ଏହି ସଚେତନତା ପଦ ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ମୁନୀଦ୍ର ହୋନନାଗା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , କର୍ମଚାରୀ , ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଶ୍ରୀ ଏଲ୍ .ସନ୍ତୋଷ କୁମାର , ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ।

0
0
0
s2sdefault